ହାତୀଙ୍କ ସୁରକ୍ଷା ପାଇଁ ରୁଜୁ ଜନସ୍ୱାର୍ଥ ମାମଲାର ଶୁଣାଣି, ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(କେନ୍ୟୁଜ୍): ହାତୀଙ୍କ ସୁରକ୍ଷା ପାଇଁ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି କରି ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ହାତୀଙ୍କ ସୁରକ୍ଷା ପାଇଁ କଣ କଣ ପଦକ୍ଷେପ ନିଆଯାଇଛି ସେନେଇ ତଥ୍ୟ ରଖିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

କଟକ ମଙ୍ଗଳାବାଗ ଅଞ୍ଚଳର ଗୀତା ରାଉତଙ୍କ ପକ୍ଷରୁ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି । ଆବେଦନକାରୀ ଜନସ୍ୱାର୍ଥ ମାମଲାରେ ଦର୍ଶାଇଛନ୍ତି ଯେ, ରାଜ୍ୟରେ ବନ୍ୟଜନ୍ତୁ ଶିକାର ବଢିଚାଲିଥିବା ବେଳେ ହାତୀ ମୃତ୍ୟୁ ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି ।

ଆସାମ ଢାଞ୍ଚାରେ ଓଡ଼ିଶାରେ ମଧ୍ୟ ବନ୍ୟଜନ୍ତୁ ଶିକାର ପାଇଁ କଠୋର ଦଣ୍ଡ ବ୍ୟବସ୍ଥା କରାଯିବା ଲାଗି ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ କହିଛନ୍ତି । ମାମଲାରେ ଜଙ୍ଗଲ ଓ ପରିବେଶ ବିଭାଗ ସଚିବ, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ, ରାଜ୍ୟ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି ।

Leave A Reply

Your email address will not be published.