ଦୁର୍ବଳ ହେଉଛି ଅବପାତ; ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (କେନ୍ୟୁଜ): ସେପ୍ଟେମ୍ବର ୧୮ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ। ଉତ୍ତର ପଶ୍ଚିମ ତଥା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ମିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୮ରେ ଦକ୍ଷିଣ ଓଡ଼ିଶାରେ ବିସ୍ତତି ବର୍ଷା ହେବ। ୧୯ରେ ରାଜ୍ୟରେ ବିସ୍‌ୃତି ବର୍ଷା ସହ ବଢିବ ବର୍ଷାର ପରିମାଣ। ୨୪ ଘଣ୍ଟାରେ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ଥିବାରୁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରାଜ୍ୟରେ ମୌସୁମୀ ଏବେ ଦୁର୍ବଳ ହେବା ପରେ କମିଛି ବର୍ଷା । ରାଜ୍ୟରେ ଜୁନ ୧ରୁ ଏଯାଏ ୧୦୯୧.୨ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୪ ପ୍ରତିଶତ ଅଧିକ । ଏଯାଏ ୫ ଜିଲ୍ଲାରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଥିବା ବେଳେ ଅନ୍ୟ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.