ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ଖସାପଡ଼ା ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(କେନ୍ୟୁଜ୍):ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି। ଏଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଖସାପଡ଼ା ନୀତି ଠାକୁରଙ୍କ ଏକ ଗୁପ୍ତ ସେବା।

ଏହି ସେବା ସମୟରେ ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ଥାଏ। ଖସାପଡ଼ା ନୀତି ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ସୁରକ୍ଷା ହୋଇଥାଏ। ଦଇତାପତି ସେବାୟତମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ। ଶ୍ରୀମନ୍ଦିରରେ ଦ୍ୱିପହର ଧୂପ ପରେ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ। ରଥଯାତ୍ରା ଅବସରରେ ଟାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହ଼ଚିଥାଏ। ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରଅଙ୍ଗ ସୁରକ୍ଷିତ ହୁଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.