ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍‌, ୨୦ ଆହତ

ଯାଜପୁର ରୋଡ୍(କେନ୍ୟୁଜ୍):ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍‌। ୧୬ ନମ୍ବର ଜାତୀୟ ରାଜପଥ ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ସାହାପୁର ନିକଟରେ ଦୁର୍ଘଟଣା। ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ଯାଜପୁର ରୋଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ଏକ ଘରୋଇ ବସ୍‌ ଉତ୍ତରପ୍ରଦେଶ ଅଞ୍ଚଳର ୮୦ଜଣ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଆସିଥିଲା। ଜଗନ୍ନାଥ ଦର୍ଶନ ସାରି ଫେରୁଥିବା ସମୟରେ ଭାରସାମ୍ୟ ହରାଇ ସାହାପୁର ନିକଟରେ ଓଲଟି ପଡିଥିଲା। ଫଳରେ ବସ୍‌ରେ ଥିବା ଅଧିକାଂଶ ଯାତ୍ରୀ ଆହତ ହୋଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଯାଜପୁର ରୋଡ଼ ଓ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.