ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୧୯ ତାରିଖରେ ଆସିପାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ପଛକୁ ପଛ ଲଘୁଚାପ। ୧୯ତାରିଖରେ ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବ। ୧୮ ଓ ୧୯ରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୦ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ବର୍ଷା ଦ୍ୱାରା ପ୍ରଭାବିତ ହେବ। ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ପ୍ରଭାବ ରହିବ।

୧୮ ତାରିଖରେ ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁନ ୧ରୁ ଅଗଷ୍ଟ ୧୬ ତାରିଖ ମଧ୍ୟରେ ରାଜ୍ୟରେ ୮୪୫.୧ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ବର୍ଷା ୭୪୯ମିମି ଠାରୁ ୧୩ ପ୍ରତିଶତ ଅଧିକ। ୧୦ଟି ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୨୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.