ଆସୁଛି ବଡ଼ ବର୍ଷା: ଆଜିଠୁ ଭିଜିବ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ, ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ଆସୁଛି ବଡ଼ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେବାକୁ ଥିବାରୁ ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ ରହିବ । ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ପାଇଁ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲିଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ । ଆସନ୍ତାକାଲି ପାଇଁ ଦକ୍ଷିଣ ଓ ଉପକୂଳର ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୯ ତାରିଖରେ ବଢ଼ିବ ।

୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ସେପ୍ଟେମ୍ବରରେ ପଛକୁ ପଛ ଲଘୁଚାପ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଅଧିକ ହେବ ।

Leave A Reply

Your email address will not be published.